ଯିହିଜିକଲ 7

ବିପଦ ଉପରେ ବିପଦ ଘଟିବ ଓ ଜନରବ ଉପରେ ଜନରବ ହେବ; ତହିଁରେ ସେମାନେ ଭବିଷ୍ୟଦ୍‍ବକ୍ତାର ନିକଟରେ ଦର୍ଶନର ଚେଷ୍ଟା କରିବେ; ମାତ୍ର ଯାଜକର ବ୍ୟବସ୍ଥା-ଜ୍ଞାନ ଓ ପ୍ରାଚୀନ ଲୋକମାନଙ୍କର ପରାମର୍ଶ ଲୋପ ପାଇବ।

Ezekiel 7:26 (UKJV) Mischief shall come upon mischief, and rumour shall be upon rumour; then shall they seek a vision of the prophet; but the law shall perish from the priest, and counsel from the ancients.

24ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ।

25ବିନାଶ ଆସୁଅଛି; ସେମାନେ ଶାନ୍ତି ଅନ୍ଵେଷଣ କରିବେ; ପୁଣି, କିଛି ପାଇବେ ନାହିଁ।

26ବିପଦ ଉପରେ ବିପଦ ଘଟିବ ଓ ଜନରବ ଉପରେ ଜନରବ ହେବ; ତହିଁରେ ସେମାନେ ଭବିଷ୍ୟଦ୍‍ବକ୍ତାର ନିକଟରେ ଦର୍ଶନର ଚେଷ୍ଟା କରିବେ; ମାତ୍ର ଯାଜକର ବ୍ୟବସ୍ଥା-ଜ୍ଞାନ ଓ ପ୍ରାଚୀନ ଲୋକମାନଙ୍କର ପରାମର୍ଶ ଲୋପ ପାଇବ।

27ରାଜା ଶୋକ କରିବ ଓ ଅଧିପତି ଉତ୍ସନ୍ନତାରୂପ ବସ୍ତ୍ରରେ ପରିହିତ ହେବ ଓ ଦେଶସ୍ଥ ଲୋକମାନଙ୍କର ହସ୍ତ କମ୍ପିତ ହେବ; ଆମ୍ଭେ ସେମାନଙ୍କର ଆଚରଣାନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା ଓ ସେମାନଙ୍କର ଯୋଗ୍ୟତାନୁସାରେ ସେମାନଙ୍କର ବିଚାର କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.