3ଏବେ ତୁମ୍ଭର ଅନ୍ତିମକାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।
4ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
5ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଅମଙ୍ଗଳ ହିଁ ଅମଙ୍ଗଳ; ଦେଖ, ତାହା ଆସୁଅଛି।
6ଅନ୍ତିମକାଳ ଉପସ୍ଥିତ, ସେହି ଅନ୍ତିମକାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି।
7ହେ ଦେଶ ନିବାସୀ ଲୋକ, ତୁମ୍ଭର ଶେଷ ବିଚାରାଜ୍ଞା ଉପସ୍ଥିତ, ସେହି ସମୟ ଉପସ୍ଥିତ, ସେହି ଦିନ ସନ୍ନିକଟ; ତାହା କୋଳାହଳର ଦିନ ଓ ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ।