ଯିହିଜିକଲ 7

ଅନ୍ତିମକାଳ ଉପସ୍ଥିତ, ସେହି ଅନ୍ତିମକାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି।

Ezekiel 7:6 (UKJV) An end has come, the end has come: it watches for you; behold, it has come.

4ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

5ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଅମଙ୍ଗଳ ହିଁ ଅମଙ୍ଗଳ; ଦେଖ, ତାହା ଆସୁଅଛି।

6ଅନ୍ତିମକାଳ ଉପସ୍ଥିତ, ସେହି ଅନ୍ତିମକାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି।

7ହେ ଦେଶ ନିବାସୀ ଲୋକ, ତୁମ୍ଭର ଶେଷ ବିଚାରାଜ୍ଞା ଉପସ୍ଥିତ, ସେହି ସମୟ ଉପସ୍ଥିତ, ସେହି ଦିନ ସନ୍ନିକଟ; ତାହା କୋଳାହଳର ଦିନ ଓ ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ।

8ଏବେ ଆମ୍ଭେ ଅବିଳମ୍ବରେ ଆମ୍ଭର କୋପ ତୁମ୍ଭ ଉପରେ ଢାଳି ଦେବା ଓ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ସଫଳ କରିବା, ଆଉ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା; ଆମ୍ଭେ ତୁମ୍ଭର ଘୃଣାଯୋଗ୍ୟ ସକଳ କ୍ରିୟାର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.