9ଏଥିରେ ସେ ମୋତେ କହିଲେ, “ଭିତରକୁ ଯାଅ, ଆଉ, ଏଠାରେ ସେମାନେ ଯେଉଁ ଯେଉଁ ଦୁଷ୍ଟ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା ଦେଖ।”
10ତହୁଁ ମୁଁ ଭିତରକୁ ଯାଇ ଦେଖିଲି; ଆଉ ଦେଖ, ଚତୁର୍ଦ୍ଦିଗସ୍ଥ କାନ୍ଥରେ ସର୍ବପ୍ରକାର ଉରୋଗାମୀ ଜନ୍ତୁର, ଘୃଣାଯୋଗ୍ୟ ପଶୁର ଓ ଇସ୍ରାଏଲ ବଂଶର ସକଳ ଦେବତାର ପ୍ରତିମୂର୍ତ୍ତି ଚିତ୍ରିତ ହୋଇଅଛି।
11ପୁଣି, ସେହିସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟସ୍ଥାନରେ ଶାଫନ୍ର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି।
12ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”
13ସେ ଆହୁରି ମୋତେ କହିଲେ, “ଏଉତ୍ତାରେ ତୁମ୍ଭେ ପୁନର୍ବାର ସେମାନଙ୍କର କୃତ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”