ଯିହିଜିକଲ 8

ସେ ଆହୁରି ମୋତେ କହିଲେ, “ଏଉତ୍ତାରେ ତୁମ୍ଭେ ପୁନର୍ବାର ସେମାନଙ୍କର କୃତ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”

Ezekiel 8:13 (UKJV) He said also unto me, Turn you yet again, and you shall see greater abominations that they do.

11ପୁଣି, ସେହିସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟସ୍ଥାନରେ ଶାଫନ୍‍ର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି।

12ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”

13ସେ ଆହୁରି ମୋତେ କହିଲେ, “ଏଉତ୍ତାରେ ତୁମ୍ଭେ ପୁନର୍ବାର ସେମାନଙ୍କର କୃତ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”

14ତହିଁରେ ସେ ସଦାପ୍ରଭୁଙ୍କ ଗୃହର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ ସ୍ଥାନ ନିକଟକୁ ମୋତେ ଆଣିଲେ; ଆଉ ଦେଖ, ସ୍ତ୍ରୀମାନେ ସେଠାରେ ବସି ତମ୍ମୁଷର (ଦେବତା) ପାଇଁ କ୍ରନ୍ଦନ କରୁଅଛନ୍ତି।

15ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏଉତ୍ତାରେ ତୁମ୍ଭେ ଏହା ଅପେକ୍ଷା ପୁନର୍ବାର ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.