ଯିହିଜିକଲ 8

ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”

Ezekiel 8:18 (UKJV) Therefore will I also deal in fury: mine eye shall not spare, neither will I have pity: and though they cry in mine ears with a loud voice, yet will I not hear them.

16ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ।

17ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।

18ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.