1ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୁଦାର ପ୍ରାଚୀନମାନେ ମୋʼ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା।
2ତହିଁରେ ମୁଁ ଦେଖିଲି, ଆଉ ଦେଖ, ଅଗ୍ନିର ଆଭା ତୁଲ୍ୟ ଏକ ମୂର୍ତ୍ତି; ତାହାଙ୍କ କଟିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନିମୟ ଓ ତାହାଙ୍କ କଟିଠାରୁ ଉପର ପର୍ଯ୍ୟନ୍ତ ଉତ୍ତପ୍ତ ଧାତୁ ତୁଲ୍ୟ ଜ୍ୟୋତିର୍ମୟ ଆକୃତି।
3ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋʼ ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା।
4ଆଉ ଦେଖ, ପଦାଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେହି ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ବିଦ୍ୟମାନ ଥିଲା।