ଯିହିଜିକଲ 8

ଆଉ ଦେଖ, ପଦାଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେହି ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ବିଦ୍ୟମାନ ଥିଲା।

Ezekiel 8:4 (UKJV) And, behold, the glory of the God of Israel was there, according to the vision that I saw in the plain.

2ତହିଁରେ ମୁଁ ଦେଖିଲି, ଆଉ ଦେଖ, ଅଗ୍ନିର ଆଭା ତୁଲ୍ୟ ଏକ ମୂର୍ତ୍ତି; ତାହାଙ୍କ କଟିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନିମୟ ଓ ତାହାଙ୍କ କଟିଠାରୁ ଉପର ପର୍ଯ୍ୟନ୍ତ ଉତ୍ତପ୍ତ ଧାତୁ ତୁଲ୍ୟ ଜ୍ୟୋତିର୍ମୟ ଆକୃତି।

3ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋʼ ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା।

4ଆଉ ଦେଖ, ପଦାଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେହି ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ବିଦ୍ୟମାନ ଥିଲା।

5ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏବେ ଚକ୍ଷୁ ଖୋଲି ଉତ୍ତର ଦିଗର ପଥ ପ୍ରତି ଅନାଅ।” ତହୁଁ ମୁଁ ଚକ୍ଷୁ ଖୋଲି ଉତ୍ତର ଦିଗସ୍ଥ ପଥ ଆଡ଼େ ଅନାଇଲି, ଆଉ ଦେଖ, ଯଜ୍ଞବେଦିର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ ସ୍ଥାନରେ ସେହି ପ୍ରତିମା ଥିଲା, ଯାହା ପରମେଶ୍ୱରଙ୍କୁ କ୍ରୋଧ ଓ ଈର୍ଷାପରାୟଣ କରିଥିଲା।

6ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସେମାନେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁଅଛ, ଆମ୍ଭେ ଯେପରି ଆପଣା ଧର୍ମଧାମରୁ ଦୂରକୁ ଯିବା, ଏଥିପାଇଁ ଇସ୍ରାଏଲ ବଂଶ ଏଠାରେ ମହା ମହା ଘୃଣାଯୋଗ୍ୟ କର୍ମ କରୁଅଛନ୍ତି। ମାତ୍ର ଏଥିଉତ୍ତାରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.