7ପୁଣି, ସେ ମୋତେ ପ୍ରାଙ୍ଗଣର ଦ୍ୱାର ନିକଟକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟି କରନ୍ତେ, ଦେଖ, କାନ୍ଥ ମଧ୍ୟରେ ଗୋଟିଏ ଛିଦ୍ର ଅଛି।
8ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି କାନ୍ଥ ଖୋଳ; ତହୁଁ ମୁଁ ସେହି କାନ୍ଥ ଖୋଳନ୍ତେ, ଦେଖ, ଗୋଟିଏ ଦ୍ୱାର ଅଛି।”
9ଏଥିରେ ସେ ମୋତେ କହିଲେ, “ଭିତରକୁ ଯାଅ, ଆଉ, ଏଠାରେ ସେମାନେ ଯେଉଁ ଯେଉଁ ଦୁଷ୍ଟ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା ଦେଖ।”
10ତହୁଁ ମୁଁ ଭିତରକୁ ଯାଇ ଦେଖିଲି; ଆଉ ଦେଖ, ଚତୁର୍ଦ୍ଦିଗସ୍ଥ କାନ୍ଥରେ ସର୍ବପ୍ରକାର ଉରୋଗାମୀ ଜନ୍ତୁର, ଘୃଣାଯୋଗ୍ୟ ପଶୁର ଓ ଇସ୍ରାଏଲ ବଂଶର ସକଳ ଦେବତାର ପ୍ରତିମୂର୍ତ୍ତି ଚିତ୍ରିତ ହୋଇଅଛି।
11ପୁଣି, ସେହିସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟସ୍ଥାନରେ ଶାଫନ୍ର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି।