ଯିହିଜିକଲ 9

ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”

Ezekiel 9:10 (UKJV) And as for me also, mine eye shall not spare, neither will I have pity, but I will recompense their way upon their head.

8ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ?”

9ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୁଦା ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ‘ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।’

10ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”

11ଏଉତ୍ତାରେ ଦେଖ, ଶୁକ୍ଳବସ୍ତ୍ର ପରିହିତ ଓ ଆପଣା ପାର୍ଶ୍ୱରେ କାଳୀଘଡ଼ିଧାରୀ ସେହି ପୁରୁଷ ସମ୍ବାଦ ଦେଇ କହିଲେ, “ଆପଣ ଆମ୍ଭକୁ ଯେପରି ଆଜ୍ଞା କଲେ, ଆମ୍ଭେ ସେହିପରି କରିଅଛୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.