ଯିହିଜିକଲ 9

ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟଦେଇ, ଯିରୂଶାଲମର ମଧ୍ୟଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”

Ezekiel 9:4 (UKJV) And the LORD said unto him, Go through the midst of the city, through the midst of Jerusalem, and set a mark upon the foreheads of the men that sigh and that cry for all the abominations that be done in the midst thereof.

2ଏଥିରେ ଦେଖ, ଉତ୍ତର ଦିଗସ୍ଥ ଉଚ୍ଚତର ଦ୍ୱାରର ପଥରୁ ଛଅ ଜଣ ପୁରୁଷ ଆସିଲେ, ସେମାନଙ୍କର ପ୍ରତ୍ୟେକର ହସ୍ତରେ ସଂହାରକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲେ, ତାଙ୍କର ପାର୍ଶ୍ୱରେ ଲେଖକର କାଳୀଘଡ଼ି ଥିଲା। ପୁଣି, ସେମାନେ ଭିତରକୁ ଯାଇ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ୱରେ ଠିଆ ହେଲେ।

3ପୁଣି, ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଯେଉଁ କିରୂବର ଉପରେ ଥିଲା, ତାହା ତାହାଠାରୁ ଉଠି ଗୃହର ଏରୁଣ୍ଡି ନିକଟକୁ ଯାଇଥିଲା; ଆଉ, ସେ ସେହି ଶୁକ୍ଳବସ୍ତ୍ର ପରିହିତ ଓ ପାର୍ଶ୍ୱରେ ଲେଖକର କାଳୀଘଡ଼ିଧାରୀ ପୁରୁଷକୁ ଡାକିଲେ।

4ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟଦେଇ, ଯିରୂଶାଲମର ମଧ୍ୟଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”

5ଆଉ, ସେ ଅନ୍ୟମାନଙ୍କୁ ମୋର କର୍ଣ୍ଣଗୋଚରରେ କହିଲେ, “ତୁମ୍ଭେମାନେ ତାହାର ପଛେ ପଛେ ନଗର ମଧ୍ୟକୁ ଯାଇ ସଂହାର କର; ଚକ୍ଷୁଲଜ୍ଜା କି ଦୟା କର ନାହିଁ।

6ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.