ଯିହିଜିକଲ 9

ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।

Ezekiel 9:6 (UKJV) Slay utterly old and young, both maids, and little children, and women: but come not near any man upon whom is the mark; and begin at my sanctuary. Then they began at the ancient men which were before the house.

4ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟଦେଇ, ଯିରୂଶାଲମର ମଧ୍ୟଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”

5ଆଉ, ସେ ଅନ୍ୟମାନଙ୍କୁ ମୋର କର୍ଣ୍ଣଗୋଚରରେ କହିଲେ, “ତୁମ୍ଭେମାନେ ତାହାର ପଛେ ପଛେ ନଗର ମଧ୍ୟକୁ ଯାଇ ସଂହାର କର; ଚକ୍ଷୁଲଜ୍ଜା କି ଦୟା କର ନାହିଁ।

6ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।

7ପୁଣି, ସେ ସେମାନଙ୍କୁ କହିଲେ, “ଗୃହ ଅଶୁଚି କର ଓ ହତ ଲୋକରେ ପ୍ରାଙ୍ଗଣସବୁ ପରିପୂର୍ଣ୍ଣ କର; ତୁମ୍ଭେମାନେ ବାହାରି ଯାଅ।” ତହିଁରେ ସେମାନେ ବାହାରିଯାଇ ନଗର ମଧ୍ୟରେ ସଂହାର କଲେ।

8ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.