ଯିହିଜିକଲ 9

ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ?”

Ezekiel 9:8 (UKJV) And it came to pass, while they were slaying them, and I was left, that I fell upon my face, and cried, and said, Ah Lord GOD! will you destroy all the residue of Israel in your pouring out of your fury upon Jerusalem?

6ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।

7ପୁଣି, ସେ ସେମାନଙ୍କୁ କହିଲେ, “ଗୃହ ଅଶୁଚି କର ଓ ହତ ଲୋକରେ ପ୍ରାଙ୍ଗଣସବୁ ପରିପୂର୍ଣ୍ଣ କର; ତୁମ୍ଭେମାନେ ବାହାରି ଯାଅ।” ତହିଁରେ ସେମାନେ ବାହାରିଯାଇ ନଗର ମଧ୍ୟରେ ସଂହାର କଲେ।

8ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ?”

9ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୁଦା ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ‘ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।’

10ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.