ଏଜ୍ରା 1

“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।

Ezra 1:2 (UKJV) Thus says Cyrus king of Persia, The LORD God of heaven has given me all the kingdoms of the earth; and he has charged me to build him an house at Jerusalem, which is in Judah.

1ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା,

2“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।

3ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।

4ଆଉ, ଯେକେହି ଯେକୌଣସି ସ୍ଥାନରେ ଅବଶିଷ୍ଟ ଥାଇ ପ୍ରବାସ କରୁଅଛି, ତାହାର ସେହି ସ୍ଥାନସ୍ଥ ଲୋକମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିମନ୍ତେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଛଡ଼ା ରୂପା ଓ ସୁନା, ନାନା ଦ୍ରବ୍ୟ ଓ ପଶୁ ଦେଇ ତାହାର ସାହାଯ୍ୟ କରନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.