2“ପାରସ୍ୟର ରାଜା କୋରସ୍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।
3ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।
4ଆଉ, ଯେକେହି ଯେକୌଣସି ସ୍ଥାନରେ ଅବଶିଷ୍ଟ ଥାଇ ପ୍ରବାସ କରୁଅଛି, ତାହାର ସେହି ସ୍ଥାନସ୍ଥ ଲୋକମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିମନ୍ତେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଛଡ଼ା ରୂପା ଓ ସୁନା, ନାନା ଦ୍ରବ୍ୟ ଓ ପଶୁ ଦେଇ ତାହାର ସାହାଯ୍ୟ କରନ୍ତୁ।”
5ସେତେବେଳେ ଯିହୁଦାର ଓ ବିନ୍ୟାମୀନ୍ର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ୱର ଯେଉଁ ସମସ୍ତଙ୍କ ମନକୁ ଉଦ୍ଦୀପିତ କଲେ, ସେମାନେ ଉଠିଲେ।
6ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।