4ଆଉ, ଯେକେହି ଯେକୌଣସି ସ୍ଥାନରେ ଅବଶିଷ୍ଟ ଥାଇ ପ୍ରବାସ କରୁଅଛି, ତାହାର ସେହି ସ୍ଥାନସ୍ଥ ଲୋକମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିମନ୍ତେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଛଡ଼ା ରୂପା ଓ ସୁନା, ନାନା ଦ୍ରବ୍ୟ ଓ ପଶୁ ଦେଇ ତାହାର ସାହାଯ୍ୟ କରନ୍ତୁ।”
5ସେତେବେଳେ ଯିହୁଦାର ଓ ବିନ୍ୟାମୀନ୍ର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ୱର ଯେଉଁ ସମସ୍ତଙ୍କ ମନକୁ ଉଦ୍ଦୀପିତ କଲେ, ସେମାନେ ଉଠିଲେ।
6ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।
7ଆଉ, ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା।
8ପାରସ୍ୟର ରାଜା କୋରସ୍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ୱାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରିଦେଲା।