ଏଜ୍ରା 1

ଆଉ, ନବୂଖଦ୍‍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍‍ ରାଜା ତାହାସବୁ ବାହାର କରି ଆଣିଲା।

Ezra 1:7 (UKJV) Also Cyrus the king brought forth the vessels of the house of the LORD, which Nebuchadnezzar had brought forth out of Jerusalem, and had put them in the house of his gods;

5ସେତେବେଳେ ଯିହୁଦାର ଓ ବିନ୍ୟାମୀନ୍‍ର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍‍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ୱର ଯେଉଁ ସମସ୍ତଙ୍କ ମନକୁ ଉଦ୍ଦୀପିତ କଲେ, ସେମାନେ ଉଠିଲେ।

6ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।

7ଆଉ, ନବୂଖଦ୍‍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍‍ ରାଜା ତାହାସବୁ ବାହାର କରି ଆଣିଲା।

8ପାରସ୍ୟର ରାଜା କୋରସ୍‍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ୱାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରିଦେଲା।

9ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପାଥାଳୀ, ଅଣତିରିଶ ଛୁରୀ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.