ଏଜ୍ରା 1

ପାରସ୍ୟର ରାଜା କୋରସ୍‍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ୱାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରିଦେଲା।

Ezra 1:8 (UKJV) Even those did Cyrus king of Persia bring forth by the hand of Mithredath the treasurer, and numbered them unto Sheshbazzar, the prince of Judah.

6ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।

7ଆଉ, ନବୂଖଦ୍‍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍‍ ରାଜା ତାହାସବୁ ବାହାର କରି ଆଣିଲା।

8ପାରସ୍ୟର ରାଜା କୋରସ୍‍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ୱାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରିଦେଲା।

9ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପାଥାଳୀ, ଅଣତିରିଶ ଛୁରୀ;

10ତିରିଶ ସ୍ୱର୍ଣ୍ଣମୟ ପାନପାତ୍ର, ଚାରି ଶହ ଦଶ ରୌପ୍ୟମୟ ମଧ୍ୟମ ପାନପାତ୍ର, ପୁଣି ଏକ ସହସ୍ର ଅନ୍ୟାନ୍ୟ ପାତ୍ର,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.