7ଆଉ, ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା।
8ପାରସ୍ୟର ରାଜା କୋରସ୍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ୱାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରିଦେଲା।
9ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପାଥାଳୀ, ଅଣତିରିଶ ଛୁରୀ;
10ତିରିଶ ସ୍ୱର୍ଣ୍ଣମୟ ପାନପାତ୍ର, ଚାରି ଶହ ଦଶ ରୌପ୍ୟମୟ ମଧ୍ୟମ ପାନପାତ୍ର, ପୁଣି ଏକ ସହସ୍ର ଅନ୍ୟାନ୍ୟ ପାତ୍ର,
11ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା।