ଏଜ୍ରା 10

ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।

Ezra 10:1 (UKJV) Now when Ezra had prayed, and when he had confessed, weeping and casting himself down before the house of God, there assembled unto him out of Israel a very great congregation of men and women and children: for the people wept very sore.

1ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।

2ଏଥିରେ ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏହି ବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।

3ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରିଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.