9ତହୁଁ ଯିହୁଦା ଓ ବିନ୍ୟାମୀନ୍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।
10ତହିଁରେ ଏଜ୍ରା ଯାଜକ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସତ୍ୟ-ଲଙ୍ଘନ କରିଅଛ ଓ ଇସ୍ରାଏଲର ଦୋଷ ବଢ଼ାଇବା ପାଇଁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛ।
11ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ନିକଟରେ ସ୍ୱୀକାର କର ଓ ତାହାଙ୍କର ସନ୍ତୋଷଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।”
12ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚସ୍ୱରରେ କହିଲେ, “ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ।
13ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏହି ବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ।