15ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ ଓ ତିକ୍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍ ଓ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ।
16ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ।
17ପୁଣି, ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ-ବିବାହକାରୀ ପୁରୁଷ ସମସ୍ତଙ୍କର ବିଚାର ସମାପ୍ତ କଲେ।
18ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ।
19ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରିଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।