17ପୁଣି, ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ-ବିବାହକାରୀ ପୁରୁଷ ସମସ୍ତଙ୍କର ବିଚାର ସମାପ୍ତ କଲେ।
18ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ।
19ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରିଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।
20ଆଉ, ଇମ୍ମେରର ସନ୍ତାନମାନଙ୍କ ମଧ୍ୟରୁ ହନାନି ଓ ସବଦୀୟ
21ଓ ହାରୀମ୍ର ସନ୍ତାନମାନଙ୍କ ମଧ୍ୟରୁ ମାସେୟ, ଏଲୀୟ, ଶମୟୀୟ, ଯିହୀୟେଲ ଓ ଉଷୀୟ;