ଏଜ୍ରା 10

ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ।

Ezra 10:5 (UKJV) Then arose Ezra, and made the chief priests, the Levites, and all Israel, to swear that they should do according to this word. And they swore.

3ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରିଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।

4ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।”

5ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ।

6ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍‍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳ ପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।

7ଏଥିଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ୱର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.