4ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।”
5ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ।
6ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳ ପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।
7ଏଥିଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ୱର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;
8ଆଉ, ଅଧିପତିମାନଙ୍କର ଓ ପ୍ରାଚୀନବର୍ଗର ମନ୍ତ୍ରଣାନୁସାରେ ଯେକେହି ତିନି ଦିନ ମଧ୍ୟରେ ଉପସ୍ଥିତ ହେବ ନାହିଁ, ତାହାର ସର୍ବସ୍ୱ ହରଣ କରାଯିବ ଓ ସେ ନିଜେ ବନ୍ଦୀତ୍ୱର ସମାଜରୁ ପୃଥକ କରାଯିବ।