ଏଜ୍ରା 10

ଏଥିଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ୱର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;

Ezra 10:7 (UKJV) And they made proclamation throughout Judah and Jerusalem unto all the children of the captivity, that they should gather themselves together unto Jerusalem;

5ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ।

6ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍‍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳ ପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।

7ଏଥିଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ୱର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;

8ଆଉ, ଅଧିପତିମାନଙ୍କର ଓ ପ୍ରାଚୀନବର୍ଗର ମନ୍ତ୍ରଣାନୁସାରେ ଯେକେହି ତିନି ଦିନ ମଧ୍ୟରେ ଉପସ୍ଥିତ ହେବ ନାହିଁ, ତାହାର ସର୍ବସ୍ୱ ହରଣ କରାଯିବ ଓ ସେ ନିଜେ ବନ୍ଦୀତ୍ୱର ସମାଜରୁ ପୃଥକ କରାଯିବ।

9ତହୁଁ ଯିହୁଦା ଓ ବିନ୍ୟାମୀନ୍‍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.