ଏଜ୍ରା 2

ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।

Ezra 2:3 (UKJV) The children of Parosh, two thousand an hundred seventy and two.

1ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।

2ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,

3ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।

4ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।

5ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.