56ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
57ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ;
58ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ।
59ପୁଣି ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
60ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାବନ ଜଣ।