58ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ।
59ପୁଣି ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
60ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାବନ ଜଣ।
61ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।
62ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।