ଏଜ୍ରା 2

ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ କୌଣସି ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ।

Ezra 2:63 (UKJV) And the Tirshatha said unto them, that they should not eat of the most holy things, till there stood up a priest with Urim and with Thummim.

61ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।

62ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।

63ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ କୌଣସି ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ।

64ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ।

65ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ। ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.