ଏଜ୍ରା 3

ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶର ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ୱନି କଲେ;

Ezra 3:12 (UKJV) But many of the priests and Levites and chief of the fathers, who were ancient men, that had seen the first house, when the foundation of this house was laid before their eyes, wept with a loud voice; and many shouted aloud for joy:

10ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।

11ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ।

12ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶର ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ୱନି କଲେ;

13ତହିଁରେ ଲୋକମାନେ ଆନନ୍ଦ ଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ପ୍ରଭେଦ କରି ପାରିଲେ ନାହିଁ; ଯେଣୁ ଲୋକମାନେ ଉଚ୍ଚସ୍ୱରରେ ମହାଧ୍ୱନି କଲେ, ଆଉ ତହିଁର ଶବ୍ଦ ଅତି ଦୂରକୁ ଶୁଣାଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.