ଏଜ୍ରା 3

ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।

Ezra 3:2 (UKJV) Then stood up Jeshua the son of Jozadak, and his brethren the priests, and Zerubbabel the son of Shealtiel, and his brethren, and built the altar of the God of Israel, to offer burnt offerings thereon, as it is written in the law of Moses the man of God.

1ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ-ସନ୍ତାନଗଣ ସେହି ସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଏକ ମନ ହୋଇ ଯିରୂଶାଲମରେ ଏକତ୍ରିତ ହେଲେ।

2ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।

3ପୁଣି, ସେମାନେ ନାନା ଦେଶୀୟ ଲୋକମାନଙ୍କ ସକାଶୁ ଭୀତ ହେବାରୁ ଯଜ୍ଞବେଦିକୁ ତହିଁର ଭିତ୍ତିମୂଳ ଉପରେ ସ୍ଥାପନ କଲେ; ଆଉ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି, ଅର୍ଥାତ୍‍, ପ୍ରଭାତୀୟ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କଲେ।

4ଏଥିଉତ୍ତାରେ ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁସାରେ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.