ଏଜ୍ରା 3

ଏଥିଉତ୍ତାରେ ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁସାରେ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;

Ezra 3:4 (UKJV) They kept also the feast of tabernacles, as it is written, and offered the daily burnt offerings by number, according to the custom, as the duty of every day required;

2ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।

3ପୁଣି, ସେମାନେ ନାନା ଦେଶୀୟ ଲୋକମାନଙ୍କ ସକାଶୁ ଭୀତ ହେବାରୁ ଯଜ୍ଞବେଦିକୁ ତହିଁର ଭିତ୍ତିମୂଳ ଉପରେ ସ୍ଥାପନ କଲେ; ଆଉ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି, ଅର୍ଥାତ୍‍, ପ୍ରଭାତୀୟ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କଲେ।

4ଏଥିଉତ୍ତାରେ ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁସାରେ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;

5ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ।

6ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.