3ପୁଣି, ସେମାନେ ନାନା ଦେଶୀୟ ଲୋକମାନଙ୍କ ସକାଶୁ ଭୀତ ହେବାରୁ ଯଜ୍ଞବେଦିକୁ ତହିଁର ଭିତ୍ତିମୂଳ ଉପରେ ସ୍ଥାପନ କଲେ; ଆଉ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି, ଅର୍ଥାତ୍, ପ୍ରଭାତୀୟ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କଲେ।
4ଏଥିଉତ୍ତାରେ ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁସାରେ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;
5ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ।
6ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।
7ଆଉ, ସେମାନେ ପାରସ୍ୟର ରାଜା କୋରସ୍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟଦ୍ରବ୍ୟ ଓ ତୈଳ ଦେଲେ।