ଏଜ୍ରା 3

ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।

Ezra 3:6 (UKJV) From the first day of the seventh month began they to offer burnt offerings unto the LORD. But the foundation of the temple of the LORD was not yet laid.

4ଏଥିଉତ୍ତାରେ ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁସାରେ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;

5ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ।

6ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।

7ଆଉ, ସେମାନେ ପାରସ୍ୟର ରାଜା କୋରସ୍‍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟଦ୍ରବ୍ୟ ଓ ତୈଳ ଦେଲେ।

8ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.