ଏଜ୍ରା 4

ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ୱାରା ଆନୀତ, ପୁଣି ଶମରୀୟା ନଗରରେ ଓ (ଫରାତ୍‍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ।

Ezra 4:10 (UKJV) And the rest of the nations whom the great and noble Asnapper brought over, and set in the cities of Samaria, and the rest that are on this side the river, and at such a time.

8ରହୂମ୍‍ ମନ୍ତ୍ରୀ ଓ ଶିମ୍‍ଶୟ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯିରୂଶାଲମ ବିରୁଦ୍ଧରେ ଏହି ପ୍ରକାର ପତ୍ର ଲେଖିଲେ;

9ରହୂମ୍‍ ମନ୍ତ୍ରୀ ଓ ଶିମ୍‍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍‍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ୱୀୟ, ଏଲମୀୟ ଲୋକମାନେ,

10ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ୱାରା ଆନୀତ, ପୁଣି ଶମରୀୟା ନଗରରେ ଓ (ଫରାତ୍‍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ।

11ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ପ୍ରତିଲିପି ଏହି; “(ଫରାତ୍‍) ନଦୀ ସେପାରିସ୍ଥ ଲୋକ, ଆପଣଙ୍କ ଦାସମାନଙ୍କଠାରୁ,

12ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.