10ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ୱାରା ଆନୀତ, ପୁଣି ଶମରୀୟା ନଗରରେ ଓ (ଫରାତ୍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ।
11ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ପ୍ରତିଲିପି ଏହି; “(ଫରାତ୍) ନଦୀ ସେପାରିସ୍ଥ ଲୋକ, ଆପଣଙ୍କ ଦାସମାନଙ୍କଠାରୁ,
12ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।
13ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଯେବେ ଏହି ନଗର ନିର୍ମିତ ଓ ପ୍ରାଚୀର କାର୍ଯ୍ୟ ସମାପ୍ତ ହେବ, ତେବେ ସେହି ଲୋକମାନେ କର, ରାଜସ୍ୱ ବା ଶୁଳ୍କ ଦେବେ ନାହିଁ, ପୁଣି ଶେଷରେ ତାହା ରାଜାଗଣର କ୍ଷତିକର ହେବ।
14ଆମ୍ଭେମାନେ ରାଜଗୃହର ଲବଣ ଖାଉ ଓ ମହାରାଜଙ୍କର ଅପମାନ ଦେଖିବା ଆମ୍ଭମାନଙ୍କର ଉଚିତ ନୁହେଁ, ଏହେତୁ ଲୋକ ପଠାଇ ମହାରାଜଙ୍କୁ ଏହା ଜଣାଇଲୁ।