ଏଜ୍ରା 4

ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଏହି ନଗର ନିର୍ମିତ ଓ ଏହି ପ୍ରାଚୀର କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।”

Ezra 4:16 (UKJV) We certify the king that, if this city be built again, and the walls thereof set up, by this means you shall have no portion on this side the river.

14ଆମ୍ଭେମାନେ ରାଜଗୃହର ଲବଣ ଖାଉ ଓ ମହାରାଜଙ୍କର ଅପମାନ ଦେଖିବା ଆମ୍ଭମାନଙ୍କର ଉଚିତ ନୁହେଁ, ଏହେତୁ ଲୋକ ପଠାଇ ମହାରାଜଙ୍କୁ ଏହା ଜଣାଇଲୁ।

15ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ-ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବକାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।

16ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଏହି ନଗର ନିର୍ମିତ ଓ ଏହି ପ୍ରାଚୀର କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।”

17ଏଥିରେ ରାଜା ମନ୍ତ୍ରୀ ରହୂମ୍‍ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍‍ଶୟ ଓ ସେମାନଙ୍କ ଶମରୀୟା-ନିବାସୀ ଅନ୍ୟ ସଙ୍ଗୀମାନଙ୍କର, ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା, ଯଥା, “ତୁମ୍ଭମାନଙ୍କର ମଙ୍ଗଳ ହେଉ।

18ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇଅଛ, ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟରୂପେ ପାଠ କରାଯାଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.