18ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇଅଛ, ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟରୂପେ ପାଠ କରାଯାଇଅଛି।
19ପୁଣି, ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯାଆନ୍ତେ, ଦେଖାଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜାଗଣ ବିରୁଦ୍ଧରେ ଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ଡଗୋଳ କରାଯାଇଅଛି।
20ମଧ୍ୟ ଯିରୂଶାଲମରେ ପରାକ୍ରାନ୍ତ ରାଜାଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ୱ କଲେ; ଆଉ, ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।
21ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଚାରିତ ନ ହେବା ପର୍ଯ୍ୟନ୍ତ ସେହି ନଗର ଯେପରି ନିର୍ମିତ ନ ହେବ, ଏଥିପାଇଁ ଏବେ ତୁମ୍ଭେମାନେ ସେହି ଲୋକମାନଙ୍କୁ କର୍ମରୁ ନିବୃତ୍ତ ହେବାକୁ ଆଜ୍ଞା କର।
22ପୁଣି ସାବଧାନ, ଏହି ବିଷୟରେ ତୁମ୍ଭେମାନେ ହେଳା ନ କର; ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ?”