21ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଚାରିତ ନ ହେବା ପର୍ଯ୍ୟନ୍ତ ସେହି ନଗର ଯେପରି ନିର୍ମିତ ନ ହେବ, ଏଥିପାଇଁ ଏବେ ତୁମ୍ଭେମାନେ ସେହି ଲୋକମାନଙ୍କୁ କର୍ମରୁ ନିବୃତ୍ତ ହେବାକୁ ଆଜ୍ଞା କର।
22ପୁଣି ସାବଧାନ, ଏହି ବିଷୟରେ ତୁମ୍ଭେମାନେ ହେଳା ନ କର; ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ?”
23ତହିଁରେ ରହୂମ୍ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍ଶୟ ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ପ୍ରତିଲିପି ପଢ଼ାଯାଆନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ୱାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ।
24ତହୁଁ ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର କାର୍ଯ୍ୟ ବନ୍ଦ ହେଲା। ପୁଣି, ପାରସ୍ୟ ରାଜା ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା।