ଏଜ୍ରା 4

ମାତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍‍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”

Ezra 4:3 (UKJV) But Zerubbabel, and Jeshua, and the rest of the chief of the fathers of Israel, said unto them, All of you have nothing to do with us to build an house unto our God; but we ourselves together will build unto the LORD God of Israel, as king Cyrus the king of Persia has commanded us.

1ଏଥିଉତ୍ତାରେ ବନ୍ଦୀତ୍ୱର ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଅଛନ୍ତି ବୋଲି ଯିହୁଦାର ଓ ବିନ୍ୟାମୀନ୍‍ର ବିପକ୍ଷମାନେ ଶୁଣିଲେ।

2ସେତେବେଳେ ସେମାନେ ଯିରୁବ୍ବାବିଲ୍‍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍‍ହଦ୍ଦୋନ୍‍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।”

3ମାତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍‍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”

4ତହିଁରେ ଦେଶସ୍ଥ ଲୋକମାନେ ଯିହୁଦାର ଲୋକମାନଙ୍କ ହସ୍ତ ଦୁର୍ବଳ କରିବାକୁ ଓ ନିର୍ମାଣ କାର୍ଯ୍ୟରେ ସେମାନଙ୍କୁ କ୍ଳେଶ ଦେବାକୁ ଲାଗିଲେ,

5ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ ରାଜା କୋରସ୍‍ର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରୀୟାବସଙ୍କର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ବିରୁଦ୍ଧରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.