3ମାତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”
4ତହିଁରେ ଦେଶସ୍ଥ ଲୋକମାନେ ଯିହୁଦାର ଲୋକମାନଙ୍କ ହସ୍ତ ଦୁର୍ବଳ କରିବାକୁ ଓ ନିର୍ମାଣ କାର୍ଯ୍ୟରେ ସେମାନଙ୍କୁ କ୍ଳେଶ ଦେବାକୁ ଲାଗିଲେ,
5ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ ରାଜା କୋରସ୍ର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରୀୟାବସଙ୍କର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ବିରୁଦ୍ଧରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ।
6ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।
7ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା।