ଏଜ୍ରା 4

ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।

Ezra 4:6 (UKJV) And in the reign of Ahasuerus, in the beginning of his reign, wrote they unto him an accusation against the inhabitants of Judah and Jerusalem.

4ତହିଁରେ ଦେଶସ୍ଥ ଲୋକମାନେ ଯିହୁଦାର ଲୋକମାନଙ୍କ ହସ୍ତ ଦୁର୍ବଳ କରିବାକୁ ଓ ନିର୍ମାଣ କାର୍ଯ୍ୟରେ ସେମାନଙ୍କୁ କ୍ଳେଶ ଦେବାକୁ ଲାଗିଲେ,

5ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ ରାଜା କୋରସ୍‍ର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରୀୟାବସଙ୍କର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ବିରୁଦ୍ଧରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ।

6ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।

7ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍‍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା।

8ରହୂମ୍‍ ମନ୍ତ୍ରୀ ଓ ଶିମ୍‍ଶୟ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯିରୂଶାଲମ ବିରୁଦ୍ଧରେ ଏହି ପ୍ରକାର ପତ୍ର ଲେଖିଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.