6ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।
7ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା।
8ରହୂମ୍ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯିରୂଶାଲମ ବିରୁଦ୍ଧରେ ଏହି ପ୍ରକାର ପତ୍ର ଲେଖିଲେ;
9ରହୂମ୍ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ୱୀୟ, ଏଲମୀୟ ଲୋକମାନେ,
10ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ୱାରା ଆନୀତ, ପୁଣି ଶମରୀୟା ନଗରରେ ଓ (ଫରାତ୍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ।