9ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ‘ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?’
10ମଧ୍ୟ ଆମ୍ଭେମାନେ ଆପଣଙ୍କୁ ଜଣାଇବା ନିମନ୍ତେ ସେମାନଙ୍କ ପ୍ରଧାନବର୍ଗଙ୍କର ନାମ ଲେଖି ନେବାକୁ ସେମାନଙ୍କ ନାମ ପଚାରିଲୁ।
11ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ।
12ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କୋପାନ୍ୱିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲ୍ଦୀୟ ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା।
13ମାତ୍ର ବାବିଲର ରାଜା କୋରସ୍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍ ରାଜା ଆଜ୍ଞା କଲେ।