ଏଜ୍ରା 5

ଆହୁରି, ନବୂଖଦ୍‍ନିତ୍ସର ପରମେଶ୍ୱରଙ୍କ ଗୃହର ଯେସକଳ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍‍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରିଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;

Ezra 5:14 (UKJV) And the vessels also of gold and silver of the house of God, which Nebuchadnezzar took out of the temple that was in Jerusalem, and brought them into the temple of Babylon, those did Cyrus the king take out of the temple of Babylon, and they were delivered unto one, whose name was Sheshbazzar, whom he had made governor;

12ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କୋପାନ୍ୱିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲ୍‍ଦୀୟ ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା।

13ମାତ୍ର ବାବିଲର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍‍ ରାଜା ଆଜ୍ଞା କଲେ।

14ଆହୁରି, ନବୂଖଦ୍‍ନିତ୍ସର ପରମେଶ୍ୱରଙ୍କ ଗୃହର ଯେସକଳ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍‍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରିଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;

15ଆଉ, ସେ ତାହାକୁ କହିଲେ, ଏହିସବୁ ପାତ୍ର ନେଇଯାଇ ଯିରୂଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ୱରଙ୍କ ଗୃହ ସ୍ୱ ସ୍ଥାନରେ ନିର୍ମିତ ହେଉ।

16ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.