14ଆହୁରି, ନବୂଖଦ୍ନିତ୍ସର ପରମେଶ୍ୱରଙ୍କ ଗୃହର ଯେସକଳ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରିଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;
15ଆଉ, ସେ ତାହାକୁ କହିଲେ, ଏହିସବୁ ପାତ୍ର ନେଇଯାଇ ଯିରୂଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ୱରଙ୍କ ଗୃହ ସ୍ୱ ସ୍ଥାନରେ ନିର୍ମିତ ହେଉ।
16ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇ ନାହିଁ।
17ଏହେତୁ ଯେବେ ମହାରାଜଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍ ରାଜା ଯିରୂଶାଲମରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ, ତାହା ବାବିଲସ୍ଥ ମହାରାଜଙ୍କ ଭଣ୍ଡାର ଗୃହରେ ଅନୁସନ୍ଧାନ କରାଯାଉ, ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ।”