ଏଜ୍ରା 5

ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, “ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?”

Ezra 5:3 (UKJV) At the same time came to them Tatnai, governor on this side the river, and Shetharboznai and their companions, and said thus unto them, Who has commanded you to build this house, and to make up this wall?

1ଏଥିଉତ୍ତାରେ ହାଗୟ ଭବିଷ୍ୟଦ୍‍ବକ୍ତା ଓ ଇଦ୍ଦୋର ପୁତ୍ର ଯିଖରୀୟ, ଏହି ଭବିଷ୍ୟଦ୍‍ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।

2ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।

3ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, “ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?”

4ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, “ଏହି ନିର୍ମାଣକାରୀମାନଙ୍କ ନାମ କଅଣ?”

5ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ଓ ପତ୍ର ଦ୍ୱାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.