4ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, “ଏହି ନିର୍ମାଣକାରୀମାନଙ୍କ ନାମ କଅଣ?”
5ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ଓ ପତ୍ର ଦ୍ୱାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ।
6ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ପ୍ରତିଲିପି;
7ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ, ତହିଁରେ ଏରୂପ ଲେଖାଥିଲା; “ମହାରାଜ ଦାରୀୟାବସଙ୍କର ସର୍ବଶାନ୍ତି।
8ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯତ୍ନରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି।