ଏଜ୍ରା 6

ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ନିମନ୍ତେ ପ୍ରାର୍ଥନା କରିବେ।

Ezra 6:10 (UKJV) That they may offer sacrifices of sweet savours unto the God of heaven, and pray for the life of the king, and of his sons.

8ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍‍, ନଦୀ ସେପାରିସ୍ଥ ରାଜ-କରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।

9ପୁଣି, ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;

10ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ନିମନ୍ତେ ପ୍ରାର୍ଥନା କରିବେ।

11ଆହୁରି ମୁଁ ଆଜ୍ଞା କରୁଅଛି ଯେ, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ।

12ଆଉ, ଯେଉଁ ଯେଉଁ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ୱନାମ-ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରନ୍ତୁ। ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯତ୍ନପୂର୍ବକ କରାଯାଉ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.